1ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ନୁହେଁ, ଆମ୍ଭମାନଙ୍କୁ ନୁହେଁ, ମାତ୍ର ତୁମ୍ଭ ଦୟା ଓ ତୁମ୍ଭ ସତ୍ୟତା ସକାଶେ ଆପଣା ନାମକୁ ଗୌରବାନ୍ୱିତ କର।
2“ଏବେ ସେମାନଙ୍କର ପରମେଶ୍ୱର କାହାନ୍ତି,” ଏହା ଅନ୍ୟ ଦେଶୀୟମାନେ କାହିଁକି କହିବେ?
3ମାତ୍ର ଆମ୍ଭମାନଙ୍କ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି; ଯାହା ତାହାଙ୍କର ଇଚ୍ଛା, ତାହା ସେ କରିଅଛନ୍ତି।
4ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।
5ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ; ଚକ୍ଷୁ ସେମାନଙ୍କର ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ।