4ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।
5ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ; ଚକ୍ଷୁ ସେମାନଙ୍କର ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ।
6ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; ନାସିକା ସେମାନଙ୍କର ଅଛି, ମାତ୍ର ସେମାନେ ଆଘ୍ରାଣ କରନ୍ତି ନାହିଁ;
7ସେମାନଙ୍କର ହସ୍ତ ଅଛି, ମାତ୍ର ସେମାନେ ସ୍ପର୍ଶ କରନ୍ତି ନାହିଁ; ଚରଣ ସେମାନଙ୍କର ଅଛି, ମାତ୍ର ସେମାନେ ଗମନ କରନ୍ତି ନାହିଁ; କିଅବା କଣ୍ଠରେ ସେମାନେ କଥା କହନ୍ତି ନାହିଁ।
8ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ନିର୍ଭରକାରୀମାନେ ସେମାନଙ୍କ ତୁଲ୍ୟ ହେବେ।