ଗୀତସଂହିତା 116

ମୋʼ ପ୍ରତି ସଦାପ୍ରଭୁଙ୍କର ସବୁ ମଙ୍ଗଳଦାନ ପାଲଟେ ମୁଁ ତାହାଙ୍କୁ କି ପ୍ରତିଦାନ କରିବି?

Psalm 116:12 (UKJV) What shall I render unto the LORD for all his benefits toward me?

10ମୁଁ ସଦାପ୍ରଭୁଙ୍କଠାରେ ବିଶ୍ୱାସ କରୁଅଛି, ଏଣୁ ମୁଁ କହିବି; “ମୁଁ ନିତାନ୍ତ ଦୁଃଖଗ୍ରସ୍ତ ଥିଲି,”

11ମୁଁ ଚଞ୍ଚଳ ଭାବରେ କହିଲି, “ମନୁଷ୍ୟ ମାତ୍ରେ ହିଁ ମିଥ୍ୟା।”

12ମୋʼ ପ୍ରତି ସଦାପ୍ରଭୁଙ୍କର ସବୁ ମଙ୍ଗଳଦାନ ପାଲଟେ ମୁଁ ତାହାଙ୍କୁ କି ପ୍ରତିଦାନ କରିବି?

13ମୁଁ ପରିତ୍ରାଣର ପାତ୍ର ଗ୍ରହଣ କରିବି ଓ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି।

14ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ ଆପଣା ମାନତ ପୂର୍ଣ୍ଣ କରିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.