ଗୀତସଂହିତା 116

ମୁଁ ପରିତ୍ରାଣର ପାତ୍ର ଗ୍ରହଣ କରିବି ଓ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି।

Psalm 116:13 (UKJV) I will take the cup of salvation, and call upon the name of the LORD.

11ମୁଁ ଚଞ୍ଚଳ ଭାବରେ କହିଲି, “ମନୁଷ୍ୟ ମାତ୍ରେ ହିଁ ମିଥ୍ୟା।”

12ମୋʼ ପ୍ରତି ସଦାପ୍ରଭୁଙ୍କର ସବୁ ମଙ୍ଗଳଦାନ ପାଲଟେ ମୁଁ ତାହାଙ୍କୁ କି ପ୍ରତିଦାନ କରିବି?

13ମୁଁ ପରିତ୍ରାଣର ପାତ୍ର ଗ୍ରହଣ କରିବି ଓ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି।

14ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ ଆପଣା ମାନତ ପୂର୍ଣ୍ଣ କରିବି।

15ସଦାପ୍ରଭୁଙ୍କ ଦୃଷ୍ଟିରେ ତାହାଙ୍କ ସଦ୍‍ଭକ୍ତମାନଙ୍କ ମରଣ ବହୁମୂଲ୍ୟ ଅଟେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.