ଗୀତସଂହିତା 116

ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ ଆପଣା ମାନତ ପୂର୍ଣ୍ଣ କରିବି।

Psalm 116:14 (UKJV) I will pay my vows unto the LORD now in the presence of all his people.

12ମୋʼ ପ୍ରତି ସଦାପ୍ରଭୁଙ୍କର ସବୁ ମଙ୍ଗଳଦାନ ପାଲଟେ ମୁଁ ତାହାଙ୍କୁ କି ପ୍ରତିଦାନ କରିବି?

13ମୁଁ ପରିତ୍ରାଣର ପାତ୍ର ଗ୍ରହଣ କରିବି ଓ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି।

14ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ ଆପଣା ମାନତ ପୂର୍ଣ୍ଣ କରିବି।

15ସଦାପ୍ରଭୁଙ୍କ ଦୃଷ୍ଟିରେ ତାହାଙ୍କ ସଦ୍‍ଭକ୍ତମାନଙ୍କ ମରଣ ବହୁମୂଲ୍ୟ ଅଟେ।

16ହେ ସଦାପ୍ରଭୋ, ମୁଁ ନିତାନ୍ତ ତୁମ୍ଭର ଦାସ; ମୁଁ ତୁମ୍ଭର ଦାସ, ତୁମ୍ଭ ଦାସୀର ପୁତ୍ର; ତୁମ୍ଭେ ମୋହର ବନ୍ଧନସବୁ ମୁକୁଳାଇଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.