2ସେ ମୋʼ ପ୍ରତି କର୍ଣ୍ଣପାତ କରିଅଛନ୍ତି, ଏଥିପାଇଁ ମୁଁ ବଞ୍ଚିଥିବା ଯାଏ, ତାହାଙ୍କ ନିକଟରେ ପ୍ରାର୍ଥନା କରିବି।
3ମୃତ୍ୟୁର ରଜ୍ଜୁ ମୋତେ ଘେରିଲା, ପାତାଳର ଯନ୍ତ୍ରଣା ମୋତେ ଧରିଲା; ମୁଁ ସଙ୍କଟ ଓ ଦୁଃଖରେ ପଡ଼ିଲି।
4ସେତେବେଳେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି; “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୋʼ ପ୍ରାଣକୁ ଉଦ୍ଧାର କର।”
5ସଦାପ୍ରଭୁ କୃପାବାନ ଓ ଧର୍ମମୟ; ହଁ, ଆମ୍ଭମାନଙ୍କ ପରମେଶ୍ୱର ସ୍ନେହଶୀଳ ଅଟନ୍ତି।
6ସଦାପ୍ରଭୁ ସରଳ ଲୋକଙ୍କୁ ରକ୍ଷା କରନ୍ତି; ମୁଁ ଦୀନହୀନ ହେଲେ ହେଁ ସେ ମୋର ପରିତ୍ରାଣ କଲେ।