5ସଦାପ୍ରଭୁ କୃପାବାନ ଓ ଧର୍ମମୟ; ହଁ, ଆମ୍ଭମାନଙ୍କ ପରମେଶ୍ୱର ସ୍ନେହଶୀଳ ଅଟନ୍ତି।
6ସଦାପ୍ରଭୁ ସରଳ ଲୋକଙ୍କୁ ରକ୍ଷା କରନ୍ତି; ମୁଁ ଦୀନହୀନ ହେଲେ ହେଁ ସେ ମୋର ପରିତ୍ରାଣ କଲେ।
7ହେ ମୋହର ପ୍ରାଣ, ଆପଣା ବିଶ୍ରାମ-ସ୍ଥାନକୁ ନେଉଟି ଯାଅ; କାରଣ ସଦାପ୍ରଭୁ ତୁମ୍ଭର ପ୍ରଚୁର ମଙ୍ଗଳ କରିଅଛନ୍ତି।
8ତୁମ୍ଭେ ମୃତ୍ୟୁୁରୁ ମୋହର ପ୍ରାଣ ଓ ଲୋତକରୁ ମୋହର ଚକ୍ଷୁ ଓ ଝୁଣ୍ଟିପଡ଼ିବାରୁ ମୋହର ଚରଣ ଉଦ୍ଧାର କରିଅଛ।
9ମୁଁ ସଦାପ୍ରଭୁଙ୍କ ସାକ୍ଷାତରେ ଜୀବିତମାନଙ୍କ ଦେଶରେ ଗମନାଗମନ କରିବି।