ଗୀତସଂହିତା 118

ସମୁଦାୟ ଗୋଷ୍ଠୀବର୍ଗ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।

Psalm 118:10 (UKJV) All nations compassed me about: but in the name of the LORD will I destroy them.

8ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।

9ଅଧିପତିମାନଙ୍କ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।

10ସମୁଦାୟ ଗୋଷ୍ଠୀବର୍ଗ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।

11ସେମାନେ ମୋତେ ଚାରିଆଡ଼େ ଘେରିଲେ; ହଁ, ସେମାନେ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।

12ସେମାନେ ମହୁମାଛି ପରି ମୋତେ ଚାରିଆଡ଼େ ଘେରିଲେ; ସେମାନେ କଣ୍ଟା ନିଆଁ ପରି ଲିଭି ଯାଇଅଛନ୍ତି; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.