ଗୀତସଂହିତା 118

ସଦାପ୍ରଭୁ ମୋହର ବଳ ଓ ଗାନ; ପୁଣି, ସେ ମୋହର ପରିତ୍ରାଣ ହୋଇଅଛନ୍ତି।

Psalm 118:14 (UKJV) The LORD is my strength and song, and is become my salvation.

12ସେମାନେ ମହୁମାଛି ପରି ମୋତେ ଚାରିଆଡ଼େ ଘେରିଲେ; ସେମାନେ କଣ୍ଟା ନିଆଁ ପରି ଲିଭି ଯାଇଅଛନ୍ତି; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।

13ମୁଁ ଯେପରି ନିପତିତ ହେବି, ଏଥିପାଇଁ ତୁମ୍ଭେ ମୋତେ ଭାରୀ ଧକ୍କା ଦେଲ; ମାତ୍ର ସଦାପ୍ରଭୁ ମୋହର ସାହାଯ୍ୟ କଲେ।

14ସଦାପ୍ରଭୁ ମୋହର ବଳ ଓ ଗାନ; ପୁଣି, ସେ ମୋହର ପରିତ୍ରାଣ ହୋଇଅଛନ୍ତି।

15ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ପରିତ୍ରାଣର ଧ୍ୱନି ଥାଏ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ।

16ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ଉନ୍ନତ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.