14ସଦାପ୍ରଭୁ ମୋହର ବଳ ଓ ଗାନ; ପୁଣି, ସେ ମୋହର ପରିତ୍ରାଣ ହୋଇଅଛନ୍ତି।
15ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ପରିତ୍ରାଣର ଧ୍ୱନି ଥାଏ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ।
16ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ଉନ୍ନତ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ।
17ମୁଁ ମରିବି ନାହିଁ, ମାତ୍ର ବଞ୍ଚିବି ଓ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି।
18ସଦାପ୍ରଭୁ ମୋତେ ଭାରୀ ଶାସ୍ତି ଦେଇଅଛନ୍ତି; ମାତ୍ର ସେ ମୃତ୍ୟୁୁ ହସ୍ତରେ ମୋତେ ସମର୍ପି ଦେଇ ନାହାନ୍ତି।