16ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ଉନ୍ନତ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ।
17ମୁଁ ମରିବି ନାହିଁ, ମାତ୍ର ବଞ୍ଚିବି ଓ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି।
18ସଦାପ୍ରଭୁ ମୋତେ ଭାରୀ ଶାସ୍ତି ଦେଇଅଛନ୍ତି; ମାତ୍ର ସେ ମୃତ୍ୟୁୁ ହସ୍ତରେ ମୋତେ ସମର୍ପି ଦେଇ ନାହାନ୍ତି।
19ମୋʼ ପାଇଁ ଦ୍ୱାରସବୁ ଫିଟାଅ ଯଦ୍ଦ୍ୱାରା ଧାର୍ମିକମାନେ ପ୍ରବେଶ କରନ୍ତି; ମୁଁ ତହିଁ ମଧ୍ୟରେ ପ୍ରବେଶ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।
20ଏହି ସଦାପ୍ରଭୁଙ୍କ ଦ୍ୱାର; ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରିବେ।