1ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମଙ୍ଗଳମୟ; ହଁ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
2ଇସ୍ରାଏଲ ଏବେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।
3ହାରୋଣ-ବଂଶ ଏବେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।
4ଏବେ ସଦାପ୍ରଭୁଙ୍କର ଭୟକାରୀମାନେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।