ଗୀତସଂହିତା 118

ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହୋଇଅଛି।

Psalm 118:22 (UKJV) The stone which the builders refused is become the head stone of the corner.

20ଏହି ସଦାପ୍ରଭୁଙ୍କ ଦ୍ୱାର; ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରିବେ।

21ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି, କାରଣ ତୁମ୍ଭେ ମୋତେ ଉତ୍ତର ଦେଇଅଛ ଓ ମୋହର ପରିତ୍ରାଣ ହୋଇଅଛି।

22ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହୋଇଅଛି।

23ଏହା ସଦାପ୍ରଭୁଙ୍କ କର୍ମ; ଏହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟ।

24ଏହା ସଦାପ୍ରଭୁଙ୍କ କୃତ ଦିନ; ଆମ୍ଭେମାନେ ଏଥିରେ ଆନନ୍ଦ ଓ ଉଲ୍ଲାସ କରିବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.