22ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହୋଇଅଛି।
23ଏହା ସଦାପ୍ରଭୁଙ୍କ କର୍ମ; ଏହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟ।
24ଏହା ସଦାପ୍ରଭୁଙ୍କ କୃତ ଦିନ; ଆମ୍ଭେମାନେ ଏଥିରେ ଆନନ୍ଦ ଓ ଉଲ୍ଲାସ କରିବା।
25ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ପରିତ୍ରାଣ କର; ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ସଫଳତା ଆଜ୍ଞା କର।
26ସଦାପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହରୁ ତୁମ୍ଭକୁ ଆଶୀର୍ବାଦ କରିଅଛୁ।