26ସଦାପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହରୁ ତୁମ୍ଭକୁ ଆଶୀର୍ବାଦ କରିଅଛୁ।
27ସଦାପ୍ରଭୁ ପରମେଶ୍ୱର ଅଟନ୍ତି ଓ ସେ ଆମ୍ଭମାନଙ୍କୁ ଦୀପ୍ତି ଦେଇଅଛନ୍ତି; ବେଦିର ଶୃଙ୍ଗରେ ରଜ୍ଜୁ ଦ୍ୱାରା ବଳିକୁ ବାନ୍ଧ।
28ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି।
29ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ହଁ, ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।