3ହାରୋଣ-ବଂଶ ଏବେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।
4ଏବେ ସଦାପ୍ରଭୁଙ୍କର ଭୟକାରୀମାନେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।
5ମୁଁ ସଙ୍କଟ କାଳରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି; ସଦାପ୍ରଭୁ ମୋତେ ଉତ୍ତର ଦେଇ ପ୍ରଶସ୍ତ ସ୍ଥାନରେ ସ୍ଥାପନ କଲେ।
6ସଦାପ୍ରଭୁ ମୋହର ସପକ୍ଷ; ମୁଁ ଭୟ କରିବି ନାହିଁ; ମନୁଷ୍ୟ ମୋହର କଅଣ କରିପାରେ?
7ମୋହର ସହାୟମାନଙ୍କ ସହିତ ସଦାପ୍ରଭୁ ମୋହର ସପକ୍ଷ; ଏହେତୁ ମୁଁ ଆପଣା ଘୃଣାକାରୀମାନଙ୍କ ଉପରେ ଆପଣା ବାଞ୍ଛାର ସିଦ୍ଧି ଦେଖିବି।