ଗୀତସଂହିତା 118

ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।

Psalm 118:8 (UKJV) It is better to trust in the LORD than to put confidence in man.

6ସଦାପ୍ରଭୁ ମୋହର ସପକ୍ଷ; ମୁଁ ଭୟ କରିବି ନାହିଁ; ମନୁଷ୍ୟ ମୋହର କଅଣ କରିପାରେ?

7ମୋହର ସହାୟମାନଙ୍କ ସହିତ ସଦାପ୍ରଭୁ ମୋହର ସପକ୍ଷ; ଏହେତୁ ମୁଁ ଆପଣା ଘୃଣାକାରୀମାନଙ୍କ ଉପରେ ଆପଣା ବାଞ୍ଛାର ସିଦ୍ଧି ଦେଖିବି।

8ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।

9ଅଧିପତିମାନଙ୍କ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।

10ସମୁଦାୟ ଗୋଷ୍ଠୀବର୍ଗ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.