ଗୀତସଂହିତା 119

ତୁମ୍ଭ ବାକ୍ୟ ମୋʼ ଚରଣ ପାଇଁ ପ୍ରଦୀପ ଓ ମୋʼ ପଥ ପାଇଁ ଆଲୁଅ ଅଟେ।

Psalm 119:105 (UKJV) Your word is a lamp unto my feet, and a light unto my path.

103ମୋʼ ତୁଣ୍ଡକୁ ତୁମ୍ଭ ବାକ୍ୟ କିପରି ମଧୁର! ହଁ, ମୋʼ ମୁଖକୁ ତାହା ମଧୁ ଅପେକ୍ଷା ମଧୁର!

104ତୁମ୍ଭ ବିଧାନ ଦ୍ୱାରା ମୁଁ ବୁଦ୍ଧି ପ୍ରାପ୍ତ ହୁଏ; ଏଥିପାଇଁ ମୁଁ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ।

105ତୁମ୍ଭ ବାକ୍ୟ ମୋʼ ଚରଣ ପାଇଁ ପ୍ରଦୀପ ଓ ମୋʼ ପଥ ପାଇଁ ଆଲୁଅ ଅଟେ।

106ମୁଁ ତୁମ୍ଭର ଧର୍ମମୟ ଶାସନସବୁ ପାଳିବା ପାଇଁ ଶପଥ କରିଅଛି ଓ ତାହା ସ୍ଥିର କରିଅଛି।

107ମୁଁ ଅତ୍ୟନ୍ତ ଦୁଃଖିତ ଅଛି; ହେ ସଦାପ୍ରଭୋ, ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.