104ତୁମ୍ଭ ବିଧାନ ଦ୍ୱାରା ମୁଁ ବୁଦ୍ଧି ପ୍ରାପ୍ତ ହୁଏ; ଏଥିପାଇଁ ମୁଁ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ।
105ତୁମ୍ଭ ବାକ୍ୟ ମୋʼ ଚରଣ ପାଇଁ ପ୍ରଦୀପ ଓ ମୋʼ ପଥ ପାଇଁ ଆଲୁଅ ଅଟେ।
106ମୁଁ ତୁମ୍ଭର ଧର୍ମମୟ ଶାସନସବୁ ପାଳିବା ପାଇଁ ଶପଥ କରିଅଛି ଓ ତାହା ସ୍ଥିର କରିଅଛି।
107ମୁଁ ଅତ୍ୟନ୍ତ ଦୁଃଖିତ ଅଛି; ହେ ସଦାପ୍ରଭୋ, ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର।
108ହେ ସଦାପ୍ରଭୋ, ନିବେଦନ କରୁଅଛି, ମୋʼ ମୁଖର ସ୍ୱେଚ୍ଛାଦତ୍ତ ଉପହାର ଗ୍ରହଣ କର ଓ ତୁମ୍ଭର ଶାସନସବୁ ମୋତେ ଶିଖାଅ।