107ମୁଁ ଅତ୍ୟନ୍ତ ଦୁଃଖିତ ଅଛି; ହେ ସଦାପ୍ରଭୋ, ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର।
108ହେ ସଦାପ୍ରଭୋ, ନିବେଦନ କରୁଅଛି, ମୋʼ ମୁଖର ସ୍ୱେଚ୍ଛାଦତ୍ତ ଉପହାର ଗ୍ରହଣ କର ଓ ତୁମ୍ଭର ଶାସନସବୁ ମୋତେ ଶିଖାଅ।
109ମୋʼ ପ୍ରାଣ ନିରନ୍ତର ବିପଦରେ ଥାଏ; ତେବେ ହେଁ ମୁଁ ତୁମ୍ଭ ବ୍ୟବସ୍ଥା ପାସୋରୁ ନାହିଁ।
110ଦୁଷ୍ଟମାନେ ମୋʼ ପାଇଁ ଫାନ୍ଦ ପାତିଅଛନ୍ତି; ତଥାପି ମୁଁ ତୁମ୍ଭ ବିଧାନରୁ ବିପଥଗାମୀ ହେଲି ନାହିଁ।
111ମୁଁ ତୁମ୍ଭ ପ୍ରମାଣ-ବାକ୍ୟସକଳକୁ ସଦାକାଳ ଅଧିକାର ରୂପେ ଗ୍ରହଣ କରିଅଛି; କାରଣ ତାହାସବୁ ମୋʼ ଚିତ୍ତର ଆହ୍ଲାଦଜନକ।