112ମୁଁ ଶେଷ ପର୍ଯ୍ୟନ୍ତ ସର୍ବଦା ତୁମ୍ଭର ବିଧିସବୁ ପାଳନ କରିବା ପାଇଁ ଆପଣା ମନକୁ ପ୍ରବର୍ତ୍ତାଇଅଛି।
113ମୁଁ ଦ୍ୱିମନାମାନଙ୍କୁ ଘୃଣା କରେ; ମାତ୍ର ତୁମ୍ଭ ବ୍ୟବସ୍ଥାକୁ ପ୍ରିୟ ଜ୍ଞାନ କରେ।
114ତୁମ୍ଭେ ମୋʼ ଲୁଚିବାର ସ୍ଥାନ ଓ ମୋହର ଢାଲ; ମୁଁ ତୁମ୍ଭ ବାକ୍ୟରେ ଭରସା କରେ।
115ହେ କୁକର୍ମକାରୀମାନେ, ମୁଁ ଯେପରି ଆପଣା ପରମେଶ୍ୱରଙ୍କ ଆଜ୍ଞାସବୁ ପାଳି ପାରିବି, ଏଥିପାଇଁ ମୋʼ ନିକଟରୁ ଦୂର ହୁଅ।
116ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭ ବାକ୍ୟାନୁସାରେ ମୋତେ ଧରି ରଖ ଓ ମୋʼ ଭରସା ବିଷୟରେ ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ।