114ତୁମ୍ଭେ ମୋʼ ଲୁଚିବାର ସ୍ଥାନ ଓ ମୋହର ଢାଲ; ମୁଁ ତୁମ୍ଭ ବାକ୍ୟରେ ଭରସା କରେ।
115ହେ କୁକର୍ମକାରୀମାନେ, ମୁଁ ଯେପରି ଆପଣା ପରମେଶ୍ୱରଙ୍କ ଆଜ୍ଞାସବୁ ପାଳି ପାରିବି, ଏଥିପାଇଁ ମୋʼ ନିକଟରୁ ଦୂର ହୁଅ।
116ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭ ବାକ୍ୟାନୁସାରେ ମୋତେ ଧରି ରଖ ଓ ମୋʼ ଭରସା ବିଷୟରେ ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ।
117ତୁମ୍ଭେ ମୋତେ ଧରି ରଖ, ତହିଁରେ ମୁଁ ଆପଦରହିତ ହେବି ଓ ତୁମ୍ଭ ବିଧିସବୁ ସର୍ବଦା ମାନ୍ୟ କରିବି।
118ତୁମ୍ଭ ବିଧିରୁ ଭ୍ରାନ୍ତ ସମସ୍ତଙ୍କୁ ତୁମ୍ଭେ ତୁଚ୍ଛଜ୍ଞାନ କରିଅଛ; କାରଣ ସେମାନଙ୍କ ପ୍ରବଞ୍ଚନା ମିଥ୍ୟା।