ଗୀତସଂହିତା 119

ମୁଁ ନ୍ୟାୟ ଓ ଧର୍ମାଚରଣ କରିଅଛି; ମୋʼ ଉପଦ୍ରବୀମାନଙ୍କ ହସ୍ତରେ ମୋତେ ସମର୍ପଣ କର ନାହିଁ।

Psalm 119:121 (UKJV) I have done judgment and justice: leave me not to mine oppressors.

119ତୁମ୍ଭେ ପୃଥିବୀସ୍ଥ ସମସ୍ତ ଦୁଷ୍ଟଙ୍କୁ ଧାତୁର ଖାଦ ପରି ଦୂର କରିଥାଅ; ଏଣୁ ମୁଁ ତୁମ୍ଭ ପ୍ରମାଣ-ବାକ୍ୟକୁ ସ୍ନେହ କରେ।

120ତୁମ୍ଭ ଭୟ ସକାଶୁ ମୋʼ ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ।

121ମୁଁ ନ୍ୟାୟ ଓ ଧର୍ମାଚରଣ କରିଅଛି; ମୋʼ ଉପଦ୍ରବୀମାନଙ୍କ ହସ୍ତରେ ମୋତେ ସମର୍ପଣ କର ନାହିଁ।

122ମଙ୍ଗଳ ନିମନ୍ତେ ଆପଣା ଦାସର ଲଗା ହୁଅ; ଅହଙ୍କାରୀମାନଙ୍କୁ ମୋʼ ପ୍ରତି ଉପଦ୍ରବ କରିବାକୁ ଦିଅ ନାହିଁ।

123ତୁମ୍ଭର ପରିତ୍ରାଣ ଓ ତୁମ୍ଭର ଧର୍ମମୟ ବାକ୍ୟ ନିମନ୍ତେ ମୋହର ଚକ୍ଷୁ କ୍ଷୀଣ ହେଉଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.