120ତୁମ୍ଭ ଭୟ ସକାଶୁ ମୋʼ ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ।
121ମୁଁ ନ୍ୟାୟ ଓ ଧର୍ମାଚରଣ କରିଅଛି; ମୋʼ ଉପଦ୍ରବୀମାନଙ୍କ ହସ୍ତରେ ମୋତେ ସମର୍ପଣ କର ନାହିଁ।
122ମଙ୍ଗଳ ନିମନ୍ତେ ଆପଣା ଦାସର ଲଗା ହୁଅ; ଅହଙ୍କାରୀମାନଙ୍କୁ ମୋʼ ପ୍ରତି ଉପଦ୍ରବ କରିବାକୁ ଦିଅ ନାହିଁ।
123ତୁମ୍ଭର ପରିତ୍ରାଣ ଓ ତୁମ୍ଭର ଧର୍ମମୟ ବାକ୍ୟ ନିମନ୍ତେ ମୋହର ଚକ୍ଷୁ କ୍ଷୀଣ ହେଉଅଛି।
124ତୁମ୍ଭ ଦୟାନୁସାରେ ଆପଣା ଦାସ ପ୍ରତି ବ୍ୟବହାର କର ଓ ତୁମ୍ଭର ବିଧି ମୋତେ ଶିଖାଅ।