ଗୀତସଂହିତା 119

ତୁମ୍ଭ ପ୍ରମାଣ-ବାକ୍ୟସକଳ ଆଶ୍ଚର୍ଯ୍ୟ; ଏଥିପାଇଁ ମୋʼ ପ୍ରାଣ ତାହାସବୁ ପାଳନ କରେ।

Psalm 119:129 (UKJV) Your testimonies are wonderful: therefore does my soul keep them.

127ଏହେତୁ ମୁଁ ସୁବର୍ଣ୍ଣ ଓ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ତୁମ୍ଭ ଆଜ୍ଞାସମୂହକୁ ସ୍ନେହ କରେ।

128ଏଣୁ ମୁଁ ସବୁ ବିଷୟରେ ତୁମ୍ଭର ସକଳ ବିଧାନ ଯଥାର୍ଥ ଜ୍ଞାନ କରେ ଓ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ।

129ତୁମ୍ଭ ପ୍ରମାଣ-ବାକ୍ୟସକଳ ଆଶ୍ଚର୍ଯ୍ୟ; ଏଥିପାଇଁ ମୋʼ ପ୍ରାଣ ତାହାସବୁ ପାଳନ କରେ।

130ତୁମ୍ଭ ବାକ୍ୟର ବିକାଶ ଆଲୁଅ ପ୍ରଦାନ କରେ; ତାହା ନିର୍ବୋଧକୁ ବୋଧ ଦିଏ।

131ମୁଁ ତୁମ୍ଭ ଆଜ୍ଞାର ଆକାଂକ୍ଷାରେ ଆପଣା ମୁଖ ଫର୍ଚ୍ଚା କରି ଫିଟାଇ ପକାଇଲି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.