131ମୁଁ ତୁମ୍ଭ ଆଜ୍ଞାର ଆକାଂକ୍ଷାରେ ଆପଣା ମୁଖ ଫର୍ଚ୍ଚା କରି ଫିଟାଇ ପକାଇଲି।
132ତୁମ୍ଭେ ଆପଣା ନାମର ପ୍ରେମକାରୀମାନଙ୍କ ପ୍ରତି ଯେପରି କରିଥାଅ, ସେପରି ମୋʼ ପ୍ରତି ଫେର ଓ ମୋତେ ଦୟା କର।
133ତୁମ୍ଭ ବାକ୍ୟାନୁସାରେ ମୋʼ ପାଦଗତି ସଜାଡ଼ ଓ ମୋʼ ଉପରେ କୌଣସି ଅଧର୍ମକୁ ରାଜତ୍ୱ କରିବାକୁ ଦିଅ ନାହିଁ।
134ମନୁଷ୍ୟର ଉପଦ୍ରବରୁ ମୋତେ ମୁକ୍ତ କର; ତହିଁରେ ମୁଁ ତୁମ୍ଭର ବିଧାନସବୁ ପାଳନ କରିବି।
135ତୁମ୍ଭ ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର ଓ ତୁମ୍ଭର ବିଧିସବୁ ମୋତେ ଶିଖାଅ।