136ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି।
137ହେ ସଦାପ୍ରଭୋ, ତୁମ୍ଭେ ଧର୍ମମୟ ଓ ତୁମ୍ଭର ଶାସନସକଳ ସରଳ।
138ତୁମ୍ଭେ ଧର୍ମରେ ଓ ଅତି ବିଶ୍ୱସ୍ତତାରେ ଆପଣା ପ୍ରମାଣ-ବାକ୍ୟସବୁ ଆଜ୍ଞା କରିଅଛ।
139ମୋହର ଉଦ୍ଯୋଗ ମୋତେ ଗ୍ରାସ କରିଅଛି, କାରଣ ମୋହର ବିପକ୍ଷଗଣ ତୁମ୍ଭର ବାକ୍ୟସବୁ ପାସୋରିଅଛନ୍ତି।
140ତୁମ୍ଭର ବାକ୍ୟ ଅତ୍ୟନ୍ତ ନିର୍ମଳ; ତହିଁ ପାଇଁ ତୁମ୍ଭ ଦାସ ତାହା ସ୍ନେହ କରେ।