ଗୀତସଂହିତା 119

କ୍ଳେଶ ଓ ଯନ୍ତ୍ରଣା ମୋତେ ଆକ୍ରମଣ କରିଅଛି; ତେବେ ହେଁ ତୁମ୍ଭର ଆଜ୍ଞାସମୂହ ମୋହର ଆହ୍ଲାଦଜନକ।

Psalm 119:143 (UKJV) Trouble and anguish have taken hold on me: yet your commandments are my delights.

141ମୁଁ କ୍ଷୁଦ୍ର ଓ ତୁଚ୍ଛୀକୃତ; ତଥାପି ମୁଁ ତୁମ୍ଭର ବିଧାନସବୁ ପାସୋରୁ ନାହିଁ।

142ତୁମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ଧର୍ମ ଓ ତୁମ୍ଭର ବ୍ୟବସ୍ଥା ସତ୍ୟ।

143କ୍ଳେଶ ଓ ଯନ୍ତ୍ରଣା ମୋତେ ଆକ୍ରମଣ କରିଅଛି; ତେବେ ହେଁ ତୁମ୍ଭର ଆଜ୍ଞାସମୂହ ମୋହର ଆହ୍ଲାଦଜନକ।

144ତୁମ୍ଭର ପ୍ରମାଣ-ବାକ୍ୟସକଳ ସଦାକାଳ ଧର୍ମମୟ; ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ବଞ୍ଚିବି।

145ମୁଁ ସର୍ବାନ୍ତଃକରଣରେ ପ୍ରାର୍ଥନା କରିଅଛି; ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; ମୁଁ ତୁମ୍ଭର ବିଧି ପାଳନ କରିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.