ଗୀତସଂହିତା 119

ମୁଁ ସର୍ବାନ୍ତଃକରଣରେ ପ୍ରାର୍ଥନା କରିଅଛି; ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; ମୁଁ ତୁମ୍ଭର ବିଧି ପାଳନ କରିବି।

Psalm 119:145 (UKJV) I cried with my whole heart; hear me, O LORD: I will keep your statutes.

143କ୍ଳେଶ ଓ ଯନ୍ତ୍ରଣା ମୋତେ ଆକ୍ରମଣ କରିଅଛି; ତେବେ ହେଁ ତୁମ୍ଭର ଆଜ୍ଞାସମୂହ ମୋହର ଆହ୍ଲାଦଜନକ।

144ତୁମ୍ଭର ପ୍ରମାଣ-ବାକ୍ୟସକଳ ସଦାକାଳ ଧର୍ମମୟ; ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ବଞ୍ଚିବି।

145ମୁଁ ସର୍ବାନ୍ତଃକରଣରେ ପ୍ରାର୍ଥନା କରିଅଛି; ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; ମୁଁ ତୁମ୍ଭର ବିଧି ପାଳନ କରିବି।

146ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି; ମୋତେ ତ୍ରାଣ କର, ତହିଁରେ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ମାନିବି।

147ମୁଁ ଅରୁଣୋଦୟ ପୂର୍ବେ ଆର୍ତ୍ତନାଦ କଲି; ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଲି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.