ଗୀତସଂହିତା 119

ମୁଁ ଅରୁଣୋଦୟ ପୂର୍ବେ ଆର୍ତ୍ତନାଦ କଲି; ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଲି।

Psalm 119:147 (UKJV) I prevented the dawning of the morning, and cried: I hoped in your word.

145ମୁଁ ସର୍ବାନ୍ତଃକରଣରେ ପ୍ରାର୍ଥନା କରିଅଛି; ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; ମୁଁ ତୁମ୍ଭର ବିଧି ପାଳନ କରିବି।

146ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି; ମୋତେ ତ୍ରାଣ କର, ତହିଁରେ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ମାନିବି।

147ମୁଁ ଅରୁଣୋଦୟ ପୂର୍ବେ ଆର୍ତ୍ତନାଦ କଲି; ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଲି।

148ମୁଁ ଯେପରି ତୁମ୍ଭ ବାକ୍ୟ ଧ୍ୟାନ କରିବି, ଏଥିପାଇଁ ରାତ୍ରିର ପ୍ରତ୍ୟେକ ପ୍ରହର ପୂର୍ବେ ମୋହର ଚକ୍ଷୁ ପ୍ରସ୍ତୁତ ହେଲା।

149ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ମୋହର ରବ ଶୁଣ; ହେ ସଦାପ୍ରଭୋ, ଆପଣା ଶାସନାନୁସାରେ ମୋତେ ସଚେତ କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.