ଗୀତସଂହିତା 119

ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି ଓ ତୁମ୍ଭ ପଥ ପ୍ରତି ଦୃଷ୍ଟି ରଖିବି।

Psalm 119:15 (UKJV) I will meditate in your precepts, and have respect unto your ways.

13ମୁଁ ତୁମ୍ଭ ମୁଖନିର୍ଗତ ଶାସନସକଳ ଆପଣା ଓଷ୍ଠାଧରରେ ବର୍ଣ୍ଣନା କରିଅଛି।

14ଯେପରି ସମୁଦାୟ ଧନରେ, ସେପରି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୂପ ପଥରେ ଆମୋଦ କରିଅଛି।

15ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି ଓ ତୁମ୍ଭ ପଥ ପ୍ରତି ଦୃଷ୍ଟି ରଖିବି।

16ମୁଁ ତୁମ୍ଭ ବିଧିସବୁରେ ଆନନ୍ଦ କରିବି; ମୁଁ ତୁମ୍ଭର ବାକ୍ୟ ପାସୋରିବି ନାହିଁ।

17ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭେ ଆପଣା ଦାସର ମଙ୍ଗଳ କର; ତହୁଁ ମୁଁ ତୁମ୍ଭ ବାକ୍ୟ ପାଳନ କରିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.