150ଦୁଷ୍ଟତାର ଅନୁଗାମୀ ଲୋକମାନେ ନିକଟକୁ ଆସୁଅଛନ୍ତି; ସେମାନେ ତୁମ୍ଭ ବ୍ୟବସ୍ଥାରୁ ଦୂରବର୍ତ୍ତୀ।
151ହେ ସଦାପ୍ରଭୋ, ତୁମ୍ଭେ ନିକଟବର୍ତ୍ତୀ ଓ ତୁମ୍ଭ ଆଜ୍ଞାସକଳ ସତ୍ୟ।
152ମୁଁ ପୂର୍ବଠାରୁ ତୁମ୍ଭ ପ୍ରମାଣ-ବାକ୍ୟରୁ ଜାଣିଅଛି ଯେ, ତୁମ୍ଭେ ସଦାକାଳ ନିମନ୍ତେ ତାହା ସ୍ଥାପନ କରିଅଛ।
153ମୋର କ୍ଲେଶ ବିବେଚନା କର ଓ ମୋତେ ଉଦ୍ଧାର କର; କାରଣ ମୁଁ ତୁମ୍ଭର ବ୍ୟବସ୍ଥା ପାସୋରୁ ନାହିଁ।
154ତୁମ୍ଭେ ମୋହର ବିବାଦ ନିଷ୍ପତ୍ତି କର ଓ ମୋତେ ମୁକ୍ତ କର; ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର।