156ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବହୁବିଧ; ତୁମ୍ଭର ଶାସନାନୁସାରେ ମୋତେ ସଚେତ କର।
157ମୋହର ତାଡ଼ନାକାରୀ ଓ ବିପକ୍ଷ ଅନେକ; ତଥାପି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୁ ବିମୁଖ ହୋଇ ନାହିଁ।
158ମୁଁ ବିଶ୍ୱାସଘାତକମାନଙ୍କୁ ଦେଖି ଦୁଃଖିତ ହେଲି; କାରଣ ସେମାନେ ତୁମ୍ଭର ବାକ୍ୟ ମାନନ୍ତି ନାହିଁ।
159ମୁଁ ତୁମ୍ଭ ବିଧାନସବୁ କିପରି ସ୍ନେହ କରେ, ଏହା ବିବେଚନା କର; ହେ ସଦାପ୍ରଭୋ, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋତେ ସଚେତ କର।
160ତୁମ୍ଭର ସମୁଦାୟ ବାକ୍ୟ ସତ୍ୟ ଓ ତୁମ୍ଭର ଧର୍ମମୟ ପ୍ରତ୍ୟେକ ଶାସନ ନିତ୍ୟସ୍ଥାୟୀ।