ଗୀତସଂହିତା 119

କେହି ପ୍ରଚୁର ଲୁଟଧନ ପାଇବା ପରି ମୁଁ ତୁମ୍ଭ ବାକ୍ୟରେ ଆନନ୍ଦ କରେ।

Psalm 119:162 (UKJV) I rejoice at your word, as one that finds great spoil.

160ତୁମ୍ଭର ସମୁଦାୟ ବାକ୍ୟ ସତ୍ୟ ଓ ତୁମ୍ଭର ଧର୍ମମୟ ପ୍ରତ୍ୟେକ ଶାସନ ନିତ୍ୟସ୍ଥାୟୀ।

161ଅଧିପତିମାନେ ଅକାରଣରେ ମୋତେ ତାଡ଼ନା କରିଅଛନ୍ତି; ମାତ୍ର ମୋହର ମନ ତୁମ୍ଭ ବାକ୍ୟରେ ଭୀତ ଥାଏ।

162କେହି ପ୍ରଚୁର ଲୁଟଧନ ପାଇବା ପରି ମୁଁ ତୁମ୍ଭ ବାକ୍ୟରେ ଆନନ୍ଦ କରେ।

163ମୁଁ ମିଥ୍ୟାକୁ ଘୃଣା ଓ ଅଶ୍ରଦ୍ଧା କରେ; ମାତ୍ର ତୁମ୍ଭ ବ୍ୟବସ୍ଥାକୁ ମୁଁ ସ୍ନେହ କରେ।

164ତୁମ୍ଭର ଧର୍ମମୟ ଶାସନ ସକାଶୁ ମୁଁ ଦିନ ମଧ୍ୟରେ ସାତ ଥର ତୁମ୍ଭର ପ୍ରଶଂସା କରେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.