167ମୋହର ପ୍ରାଣ ତୁମ୍ଭ ପ୍ରମାଣ-ବାକ୍ୟସବୁ ମାନିଅଛି ଓ ମୁଁ ତାହାସବୁ ଅତିଶୟ ସ୍ନେହ କରେ।
168ମୁଁ ତୁମ୍ଭର ବିଧାନ ଓ ପ୍ରମାଣ-ବାକ୍ୟସବୁ ମାନିଅଛି। କାରଣ ମୋହର ସବୁ ଗତି ତୁମ୍ଭ ସମ୍ମୁଖରେ ଅଛି।
169ହେ ସଦାପ୍ରଭୋ, ମୋହର କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ବୁଦ୍ଧି ପ୍ରଦାନ କର।
170ମୋʼ ନିବେଦନ ତୁମ୍ଭ ସମ୍ମୁଖରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ଉଦ୍ଧାର କର।
171ମୋହର ଓଷ୍ଠାଧର ପ୍ରଶଂସା ଉଚ୍ଚାରଣ କରୁ; କାରଣ ତୁମ୍ଭେ ଆପଣା ବିଧି ମୋତେ ଶିଖାଉଅଛ।