ଗୀତସଂହିତା 119

ମୋʼ ଜିହ୍ୱା ତୁମ୍ଭ ବାକ୍ୟ ବିଷୟ କୀର୍ତ୍ତନ କରୁ; କାରଣ ତୁମ୍ଭର ଆଜ୍ଞାସକଳ ଧର୍ମମୟ।

Psalm 119:172 (UKJV) My tongue shall speak of your word: for all your commandments are righteousness.

170ମୋʼ ନିବେଦନ ତୁମ୍ଭ ସମ୍ମୁଖରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ଉଦ୍ଧାର କର।

171ମୋହର ଓଷ୍ଠାଧର ପ୍ରଶଂସା ଉଚ୍ଚାରଣ କରୁ; କାରଣ ତୁମ୍ଭେ ଆପଣା ବିଧି ମୋତେ ଶିଖାଉଅଛ।

172ମୋʼ ଜିହ୍ୱା ତୁମ୍ଭ ବାକ୍ୟ ବିଷୟ କୀର୍ତ୍ତନ କରୁ; କାରଣ ତୁମ୍ଭର ଆଜ୍ଞାସକଳ ଧର୍ମମୟ।

173ମୋହର ସାହାଯ୍ୟାର୍ଥେ ତୁମ୍ଭର ହସ୍ତ ପ୍ରସ୍ତୁତ ହେଉ, କାରଣ ମୁଁ ତୁମ୍ଭର ବିଧାନସବୁ ମନୋନୀତ କରିଅଛି।

174ହେ ସଦାପ୍ରଭୋ, ମୁଁ ତୁମ୍ଭ ପରିତ୍ରାଣର ଆକାଂକ୍ଷା କରିଅଛି; ପୁଣି, ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.