16ମୁଁ ତୁମ୍ଭ ବିଧିସବୁରେ ଆନନ୍ଦ କରିବି; ମୁଁ ତୁମ୍ଭର ବାକ୍ୟ ପାସୋରିବି ନାହିଁ।
17ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭେ ଆପଣା ଦାସର ମଙ୍ଗଳ କର; ତହୁଁ ମୁଁ ତୁମ୍ଭ ବାକ୍ୟ ପାଳନ କରିବି।
18ତୁମ୍ଭେ ମୋହର ଚକ୍ଷୁ ପ୍ରସନ୍ନ କର, ତହିଁରେ ମୁଁ ତୁମ୍ଭ ବ୍ୟବସ୍ଥାରୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖି ପାରିବି।
19ମୁଁ ପୃଥିବୀରେ ପ୍ରବାସୀ; ତୁମ୍ଭର ଆଜ୍ଞାସବୁ ମୋʼ ଠାରୁ ଲୁଚାଅ ନାହିଁ।
20ସର୍ବଦା ତୁମ୍ଭ ଶାସନସକଳ ଆକାଂକ୍ଷା କରିବା ସକାଶୁ ମୋʼ ପ୍ରାଣ କ୍ଷୀଣ ହୁଏ।