18ତୁମ୍ଭେ ମୋହର ଚକ୍ଷୁ ପ୍ରସନ୍ନ କର, ତହିଁରେ ମୁଁ ତୁମ୍ଭ ବ୍ୟବସ୍ଥାରୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖି ପାରିବି।
19ମୁଁ ପୃଥିବୀରେ ପ୍ରବାସୀ; ତୁମ୍ଭର ଆଜ୍ଞାସବୁ ମୋʼ ଠାରୁ ଲୁଚାଅ ନାହିଁ।
20ସର୍ବଦା ତୁମ୍ଭ ଶାସନସକଳ ଆକାଂକ୍ଷା କରିବା ସକାଶୁ ମୋʼ ପ୍ରାଣ କ୍ଷୀଣ ହୁଏ।
21ଯେଉଁ ଅଭିଶପ୍ତ ଅହଙ୍କାରୀମାନେ ତୁମ୍ଭ ଆଜ୍ଞା-ପଥରୁ ଭ୍ରମନ୍ତି, ତୁମ୍ଭେ ସେମାନଙ୍କୁ ଧମକାଇଅଛ।
22ମୋʼ ଠାରୁ ନିନ୍ଦା ଓ ଅପମାନ ଦୂର କର; କାରଣ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ପାଳନ କରିଅଛି।