22ମୋʼ ଠାରୁ ନିନ୍ଦା ଓ ଅପମାନ ଦୂର କର; କାରଣ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ପାଳନ କରିଅଛି।
23ଅଧିପତିମାନେ ମଧ୍ୟ ବସି ମୋʼ ବିରୁଦ୍ଧରେ କଥା କହିଲେ; ମାତ୍ର ତୁମ୍ଭର ଦାସ ତୁମ୍ଭ ବିଧିସକଳ ଧ୍ୟାନ କଲା।
24ତୁମ୍ଭର ସକଳ ପ୍ରମାଣ-ବାକ୍ୟ ମଧ୍ୟ ମୋହର ଆନନ୍ଦଜନକ ଓ ମନ୍ତ୍ରଣାଦାୟକ।
25ମୋହର ପ୍ରାଣ ଧୂଳିରେ ଲାଗୁଅଛି; ତୁମ୍ଭେ ନିଜ ବାକ୍ୟାନୁସାରେ ମୋତେ ସଚେତ କର।
26ମୁଁ ଆପଣାର ସକଳ ଗତି ବର୍ଣ୍ଣନା କରନ୍ତେ, ତୁମ୍ଭେ ମୋତେ ଉତ୍ତର ଦେଲ; ତୁମ୍ଭର ବିଧିସବୁ ମୋତେ ଶିଖାଅ।