26ମୁଁ ଆପଣାର ସକଳ ଗତି ବର୍ଣ୍ଣନା କରନ୍ତେ, ତୁମ୍ଭେ ମୋତେ ଉତ୍ତର ଦେଲ; ତୁମ୍ଭର ବିଧିସବୁ ମୋତେ ଶିଖାଅ।
27ତୁମ୍ଭେ ଆପଣା ଆଜ୍ଞା-ପଥସବୁ ମୋତେ ବୁଝାଇ ଦିଅ; ତହିଁରେ ମୁଁ ତୁମ୍ଭର ଆଶ୍ଚର୍ଯ୍ୟଶିକ୍ଷାସବୁ ଧ୍ୟାନ କରିବି।
28ଶୋକ ସକାଶୁ ମୋʼ ପ୍ରାଣ ତରଳି ଯାଏ; ତୁମ୍ଭେ ଆପଣା ବାକ୍ୟାନୁସାରେ ମୋତେ ସବଳ କର।
29ମୋʼ ଠାରୁ ମିଥ୍ୟାମାର୍ଗ ଅନ୍ତର କର ଓ ଅନୁଗ୍ରହ କରି ମୋତେ ତୁମ୍ଭର ବ୍ୟବସ୍ଥା ପ୍ରଦାନ କର।
30ମୁଁ ବିଶ୍ୱସ୍ତତାରୂପ ପଥ ମନୋନୀତ କରିଅଛି; ମୁଁ ଆପଣା ସମ୍ମୁଖରେ ତୁମ୍ଭର ଶାସନସବୁ ରଖିଅଛି।