ଗୀତସଂହିତା 119

ସେମାନେ କୌଣସି ଅଧର୍ମ କରନ୍ତି ନାହିଁ; ସେମାନେ ତାହାଙ୍କ ପଥରେ ଗମନ କରନ୍ତି।

Psalm 119:3 (UKJV) They also do no iniquity: they walk in his ways.

1ଯେଉଁମାନେ ଆଚରଣରେ ସିଦ୍ଧ, ଯେଉଁମାନେ ସଦାପ୍ରଭୁଙ୍କ ବ୍ୟବସ୍ଥାନୁସାରେ ଚାଲନ୍ତି, ସେମାନେ ଧନ୍ୟ।

2ଯେଉଁମାନେ ତାହାଙ୍କ ପ୍ରମାଣ-ବାକ୍ୟସବୁ ପାଳନ କରନ୍ତି, ଯେଉଁମାନେ ସର୍ବାନ୍ତଃକରଣରେ ତାହାଙ୍କୁ ଖୋଜନ୍ତି, ସେମାନେ ଧନ୍ୟ।

3ସେମାନେ କୌଣସି ଅଧର୍ମ କରନ୍ତି ନାହିଁ; ସେମାନେ ତାହାଙ୍କ ପଥରେ ଗମନ କରନ୍ତି।

4ଆମ୍ଭେମାନେ ଯତ୍ନପୂର୍ବକ ଯେପରି ତୁମ୍ଭର ବିଧାନସବୁ ପାଳନ କରିବା, ଏଥିପାଇଁ ତୁମ୍ଭେ ତାହାସବୁ ଆଜ୍ଞା କରିଅଛ।

5ଆହା, ତୁମ୍ଭର ବିଧିସକଳ ପାଳନ କରିବା ପାଇଁ ଯଦି ମୋହର ଗତି ସୁସ୍ଥିର ହୁଅନ୍ତା!

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.