28ଶୋକ ସକାଶୁ ମୋʼ ପ୍ରାଣ ତରଳି ଯାଏ; ତୁମ୍ଭେ ଆପଣା ବାକ୍ୟାନୁସାରେ ମୋତେ ସବଳ କର।
29ମୋʼ ଠାରୁ ମିଥ୍ୟାମାର୍ଗ ଅନ୍ତର କର ଓ ଅନୁଗ୍ରହ କରି ମୋତେ ତୁମ୍ଭର ବ୍ୟବସ୍ଥା ପ୍ରଦାନ କର।
30ମୁଁ ବିଶ୍ୱସ୍ତତାରୂପ ପଥ ମନୋନୀତ କରିଅଛି; ମୁଁ ଆପଣା ସମ୍ମୁଖରେ ତୁମ୍ଭର ଶାସନସବୁ ରଖିଅଛି।
31ମୁଁ ତୁମ୍ଭ ପ୍ରମାଣ-ବାକ୍ୟସବୁରେ ଆସକ୍ତ; ହେ ସଦାପ୍ରଭୋ, ମୋତେ ଲଜ୍ଜିତ କର ନାହିଁ।
32ତୁମ୍ଭେ ମୋହର ହୃଦୟ ପ୍ରଶସ୍ତ କରିବା ବେଳେ ମୁଁ ତୁମ୍ଭ ଆଜ୍ଞା-ପଥରେ ଧାବମାନ ହେବି।