ଗୀତସଂହିତା 119

ମୁଁ ତୁମ୍ଭ ପ୍ରମାଣ-ବାକ୍ୟସବୁରେ ଆସକ୍ତ; ହେ ସଦାପ୍ରଭୋ, ମୋତେ ଲଜ୍ଜିତ କର ନାହିଁ।

Psalm 119:31 (UKJV) I have stuck unto your testimonies: O LORD, put me not to shame.

29ମୋʼ ଠାରୁ ମିଥ୍ୟାମାର୍ଗ ଅନ୍ତର କର ଓ ଅନୁଗ୍ରହ କରି ମୋତେ ତୁମ୍ଭର ବ୍ୟବସ୍ଥା ପ୍ରଦାନ କର।

30ମୁଁ ବିଶ୍ୱସ୍ତତାରୂପ ପଥ ମନୋନୀତ କରିଅଛି; ମୁଁ ଆପଣା ସମ୍ମୁଖରେ ତୁମ୍ଭର ଶାସନସବୁ ରଖିଅଛି।

31ମୁଁ ତୁମ୍ଭ ପ୍ରମାଣ-ବାକ୍ୟସବୁରେ ଆସକ୍ତ; ହେ ସଦାପ୍ରଭୋ, ମୋତେ ଲଜ୍ଜିତ କର ନାହିଁ।

32ତୁମ୍ଭେ ମୋହର ହୃଦୟ ପ୍ରଶସ୍ତ କରିବା ବେଳେ ମୁଁ ତୁମ୍ଭ ଆଜ୍ଞା-ପଥରେ ଧାବମାନ ହେବି।

33ହେ ସଦାପ୍ରଭୋ, ତୁମ୍ଭର ବିଧିରୂପ ପଥ ମୋତେ ଶିଖାଅ; ତହିଁରେ ମୁଁ ଶେଷ ପର୍ଯ୍ୟନ୍ତ ତାହା ପାଳନ କରିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.