35ତୁମ୍ଭ ଆଜ୍ଞା-ପଥରେ ମୋତେ ଗମନ କରାଅ; କାରଣ ତହିଁରେ ମୁଁ ଆନନ୍ଦ କରେ।
36ଲୋଭ ପ୍ରତି ନୁହେଁ, ମାତ୍ର ତୁମ୍ଭ ପ୍ରମାଣ-ବାକ୍ୟ ପ୍ରତି ମୋʼ ଚିତ୍ତର ସ୍ନେହ ଜନ୍ମାଅ।
37ଅସାର ଦର୍ଶନରୁ ମୋହର ଚକ୍ଷୁ ଫେରାଅ ଓ ତୁମ୍ଭ ପଥରେ ମୋତେ ସଚେତ କର।
38ତୁମ୍ଭ ଦାସ ପକ୍ଷରେ ତୁମ୍ଭର ବାକ୍ୟ ସ୍ଥିର କର, ତାହା ତୁମ୍ଭ ବିଷୟକ ଭୟ-ସଂଯୁକ୍ତ।
39ମୋହର ଭୟଜନକ ନିନ୍ଦା ଦୂର କର; କାରଣ ତୁମ୍ଭର ଶାସନସକଳ ଉତ୍ତମ।