ଗୀତସଂହିତା 119

ମୋହର ଭୟଜନକ ନିନ୍ଦା ଦୂର କର; କାରଣ ତୁମ୍ଭର ଶାସନସକଳ ଉତ୍ତମ।

Psalm 119:39 (UKJV) Turn away my reproach which I fear: for your judgments are good.

37ଅସାର ଦର୍ଶନରୁ ମୋହର ଚକ୍ଷୁ ଫେରାଅ ଓ ତୁମ୍ଭ ପଥରେ ମୋତେ ସଚେତ କର।

38ତୁମ୍ଭ ଦାସ ପକ୍ଷରେ ତୁମ୍ଭର ବାକ୍ୟ ସ୍ଥିର କର, ତାହା ତୁମ୍ଭ ବିଷୟକ ଭୟ-ସଂଯୁକ୍ତ।

39ମୋହର ଭୟଜନକ ନିନ୍ଦା ଦୂର କର; କାରଣ ତୁମ୍ଭର ଶାସନସକଳ ଉତ୍ତମ।

40ଦେଖ, ମୁଁ ତୁମ୍ଭ ବିଧାନସକଳର ଆକାଂକ୍ଷା କରିଅଛି; ତୁମ୍ଭ ଧର୍ମରେ ମୋତେ ସଚେତ କର।

41ହେ ସଦାପ୍ରଭୋ, ତୁମ୍ଭ ଦୟା, ଅର୍ଥାତ୍‍, ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ପରିତ୍ରାଣ ମୋʼ ପ୍ରତି ବର୍ତ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.