2ଯେଉଁମାନେ ତାହାଙ୍କ ପ୍ରମାଣ-ବାକ୍ୟସବୁ ପାଳନ କରନ୍ତି, ଯେଉଁମାନେ ସର୍ବାନ୍ତଃକରଣରେ ତାହାଙ୍କୁ ଖୋଜନ୍ତି, ସେମାନେ ଧନ୍ୟ।
3ସେମାନେ କୌଣସି ଅଧର୍ମ କରନ୍ତି ନାହିଁ; ସେମାନେ ତାହାଙ୍କ ପଥରେ ଗମନ କରନ୍ତି।
4ଆମ୍ଭେମାନେ ଯତ୍ନପୂର୍ବକ ଯେପରି ତୁମ୍ଭର ବିଧାନସବୁ ପାଳନ କରିବା, ଏଥିପାଇଁ ତୁମ୍ଭେ ତାହାସବୁ ଆଜ୍ଞା କରିଅଛ।
5ଆହା, ତୁମ୍ଭର ବିଧିସକଳ ପାଳନ କରିବା ପାଇଁ ଯଦି ମୋହର ଗତି ସୁସ୍ଥିର ହୁଅନ୍ତା!
6ତୁମ୍ଭର ସକଳ ଆଜ୍ଞା ପ୍ରତି ଦୃଷ୍ଟି ରଖିବା ବେଳେ ମୁଁ ଲଜ୍ଜିତ ହେବି ନାହିଁ।