41ହେ ସଦାପ୍ରଭୋ, ତୁମ୍ଭ ଦୟା, ଅର୍ଥାତ୍, ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ପରିତ୍ରାଣ ମୋʼ ପ୍ରତି ବର୍ତ୍ତୁ।
42ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେବି; କାରଣ ମୁଁ ତୁମ୍ଭ ବାକ୍ୟରେ ନିର୍ଭର ରଖେ।
43ପୁଣି, ମୋʼ ମୁଖରୁ ସତ୍ୟତାର ବାକ୍ୟ କଦାପି ନିଅ ନାହିଁ; କାରଣ ମୁଁ ତୁମ୍ଭ ଶାସନରେ ଭରସା ରଖିଅଛି।
44ତହିଁରେ ମୁଁ ଅନନ୍ତକାଳ ପର୍ଯ୍ୟନ୍ତ ନିରନ୍ତର ତୁମ୍ଭର ବ୍ୟବସ୍ଥା ପାଳନ କରିବି।
45ଆଉ, ମୁଁ ସ୍ୱଚ୍ଛନ୍ଦରେ ଗମନାଗମନ କରିବି; କାରଣ ମୁଁ ତୁମ୍ଭର ବିଧାନସବୁ ଖୋଜିଅଛି।