ଗୀତସଂହିତା 119

ଦୁଃଖ ସମୟରେ ଏହା ହିଁ ମୋହର ସାନ୍ତ୍ୱନା; କାରଣ ତୁମ୍ଭର ବାକ୍ୟ ମୋତେ ସଚେତ କରିଅଛି।

Psalm 119:50 (UKJV) This is my comfort in my affliction: for your word has quickened me.

48ଆହୁରି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁ ନିକଟରେ କୃତାଞ୍ଜଳି ହେବି; ପୁଣି, ମୁଁ ତୁମ୍ଭର ବିଧିସବୁ ଧ୍ୟାନ କରିବି।

49ତୁମ୍ଭେ ମୋତେ ଭରସାଯୁକ୍ତ କରିଅଛ, ଏଣୁ ତୁମ୍ଭେ ଆପଣା ଦାସ ପକ୍ଷରେ ବାକ୍ୟ ସ୍ମରଣ କର।

50ଦୁଃଖ ସମୟରେ ଏହା ହିଁ ମୋହର ସାନ୍ତ୍ୱନା; କାରଣ ତୁମ୍ଭର ବାକ୍ୟ ମୋତେ ସଚେତ କରିଅଛି।

51ଅହଙ୍କାରୀମାନେ ମୋତେ ଅତିଶୟ ପରିହାସ କରିଅଛନ୍ତି, ତଥାପି ମୁଁ ତୁମ୍ଭ ବ୍ୟବସ୍ଥାରୁ ବିମୁଖ ହୋଇ ନାହିଁ।

52ହେ ସଦାପ୍ରଭୋ, ମୁଁ ପୂର୍ବକାଳୀନ ତୁମ୍ଭ ଶାସନସବୁ ସ୍ମରଣ କରି ଆପଣାକୁ ସାନ୍ତ୍ୱନାଯୁକ୍ତ କରିଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.