52ହେ ସଦାପ୍ରଭୋ, ମୁଁ ପୂର୍ବକାଳୀନ ତୁମ୍ଭ ଶାସନସବୁ ସ୍ମରଣ କରି ଆପଣାକୁ ସାନ୍ତ୍ୱନାଯୁକ୍ତ କରିଅଛି।
53ଦୁଷ୍ଟମାନେ ତୁମ୍ଭ ବ୍ୟବସ୍ଥା ପରିତ୍ୟାଗ କରିବାରୁ ପ୍ରଚଣ୍ଡ କ୍ରୋଧ ମୋତେ ଆକ୍ରମଣ କରିଅଛି।
54ମୋʼ ପ୍ରବାସ-ଗୃହରେ ତୁମ୍ଭର ବିଧିସବୁ ମୋହର ଗାୟନ ହୋଇଅଛି।
55ହେ ସଦାପ୍ରଭୋ, ମୁଁ ରାତ୍ରିକାଳରେ ତୁମ୍ଭର ନାମ ସ୍ମରଣ କରିଅଛି ଓ ତୁମ୍ଭର ବ୍ୟବସ୍ଥା ପାଳନ କରିଅଛି।
56ତୁମ୍ଭର ବିଧାନସବୁ ପାଳନ କରିବା ସକାଶୁ ମୁଁ ଏହି ଫଳ ପ୍ରାପ୍ତ ହୋଇଅଛି।