4ଆମ୍ଭେମାନେ ଯତ୍ନପୂର୍ବକ ଯେପରି ତୁମ୍ଭର ବିଧାନସବୁ ପାଳନ କରିବା, ଏଥିପାଇଁ ତୁମ୍ଭେ ତାହାସବୁ ଆଜ୍ଞା କରିଅଛ।
5ଆହା, ତୁମ୍ଭର ବିଧିସକଳ ପାଳନ କରିବା ପାଇଁ ଯଦି ମୋହର ଗତି ସୁସ୍ଥିର ହୁଅନ୍ତା!
6ତୁମ୍ଭର ସକଳ ଆଜ୍ଞା ପ୍ରତି ଦୃଷ୍ଟି ରଖିବା ବେଳେ ମୁଁ ଲଜ୍ଜିତ ହେବି ନାହିଁ।
7ତୁମ୍ଭର ଧର୍ମମୟ ଶାସନସକଳ ଶିଖିବା ବେଳେ ମୁଁ ଅନ୍ତଃକରଣର ସରଳତାରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି।
8ମୁଁ ତୁମ୍ଭର ବିଧିସବୁ ପାଳନ କରିବି; ମୋତେ ନିତାନ୍ତ ପରିତ୍ୟାଗ କର ନାହିଁ।